Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେଥିରେ ସେ ମନେ ମନେ ବିବେଚନା କରି କହିଲା, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି ? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସେ ଭାବିବାକୁ ଲାଗିଲା, ‘ମୋର ଶସ୍ୟ ସବୁ ରଖିବା ପାଇଁ ଆଉ କୌଣସି ସ୍ଥାନ ନାହିଁ। ମୁଁ କ’ଣ କରିବି?’

Gade chapit la Kopi

ପବିତ୍ର ବାଇବଲ

17 ଲୋକଟି ମନେ ମନେ ଭାବିଲା, ‘ମୁଁ କ’ଣ କରିବି? ମୋ’ ପାଖରେ ମୋର ସବୁ ଶସ୍ୟତକ ରଖିବା ପାଇଁ ଜାଗା ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:17
23 Referans Kwoze  

ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।


କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?


ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।


ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।


ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?


ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।


ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?


ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।


ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,


ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,


ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ।


ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।


ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।


ସାତଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।


ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।


ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା।


ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,


Swiv nou:

Piblisite


Piblisite