Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ତୁମ୍ଭମାନଙ୍କର ଯାହା ଅଛି, ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ଵା କୀଟ ନଷ୍ଟ କରେ ନାହିଁ, ଏପରି ସ୍ଵର୍ଗରେ ଅକ୍ଷୟ ଧନ ସଞ୍ଚୟ କରା,

Gade chapit la Kopi

ଓଡିଆ ବାଇବେଲ

33 ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ତୁମ୍ଭମାନଙ୍କ ସମସ୍ତ ସମ୍ପତ୍ତି ବିକ୍ରୟ କରି ଦାନ କରି ଦିଅ। କ୍ଷୟ ହେଉ ନ ଥିବା ଥଳୀ ସଂଗ୍ରହ କର, ଯେଉଁଠାରେ ଚୋର ପ୍ରବେଶ କରେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ସେହି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର।

Gade chapit la Kopi

ପବିତ୍ର ବାଇବଲ

33 ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:33
14 Referans Kwoze  

ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।


ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।


ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”


ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।


ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।


ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା।


ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।


କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।


Swiv nou:

Piblisite


Piblisite