Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ଵ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,

Gade chapit la Kopi

ଓଡିଆ ବାଇବେଲ

45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 କିନ୍ତୁ ଯଦି ସେହି ଦାସ ମନେ ମନେ ଭାବେ ଯେ ଘରର ମାଲିକ ଫେରି ଆସିବା ପାଇଁ ବିଳମ୍ବ ଅଛି ଓ ସେ ଅନ୍ୟ ଦାସଦାସୀମାନଙ୍କୁ ମାରଧର କରେ ଏବଂ ଖାଇ ପିଇ ମାତାଲ ହୁଏ,

Gade chapit la Kopi

ପବିତ୍ର ବାଇବଲ

45 “କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:45
31 Referans Kwoze  

ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।”


ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”


ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।


ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।


ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି।


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।


କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।


ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।


ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;


“ହେ ମନୁଷ୍ୟ-ସନ୍ତାନ, ‘କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?’


ତହିଁରେ ପଶ୍‍ହୂର ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।


ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; “ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,


ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ।


ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ।


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।


ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।


ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।


Swiv nou:

Piblisite


Piblisite