Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:56 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

56 ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

56 ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

56 ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

56 ପ୍ରବଞ୍ଚକମାନେ! ତୁମ୍ଭେମାନେ ପୃଥିବୀ ଓ ଆକାଶକୁ ଦେଖି ପାଣିପାଗ ବିଷୟରେ ସୂଚନା ଦେଇପାର; ଅଥଚ ବର୍ତ୍ତମାନ ଯୁଗର ଲକ୍ଷଣ ସବୁ ବୁଝିପାରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ

56 ହେ କପଟୀଗଣ! ତୁମ୍ଭେମାନେ ପାଗ ବିଷୟରେ ତ ଜାଣି ପାରୁଛ। ତେବେ ଏହି ସମୟରେ କ’ଣ ଘଟୁଛି, ତାହା କାହିଁକି ଜାଣି ପାରୁ ନାହଁ?

Gade chapit la Kopi




ଲୂକ ଲିଖିତ ସୁସମାଚାର 12:56
12 Referans Kwoze  

ଆଉ ପ୍ରାତଃକାଳରେ କହିଥାଅ, ‘ଆଜି ଝଡ଼ ହେବ, କାରଣ ଆକାଶ ଲାଲ୍ ଓ ମେଘୁଆ ହୋଇଅଛି।’ ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?


ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।


Swiv nou:

Piblisite


Piblisite