Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତାହା ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

19 ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତାହା ଏହିପରି। ଜଣେ ଲୋକ ସୋରିଷ ବୀଜ ନେଇ ଜମିରେ ବୁଣେ। ଚାରାଟି ବଡ଼ ହୋଇ ଗୋଟିଏ ଗଛରେ ପରିଣତ ହୁଏ ଏବଂ ପକ୍ଷୀମାନେ ତାହାର ଡ଼ାଳରେ ବସା ବାନ୍ଧନ୍ତି।”

Gade chapit la Kopi

ପବିତ୍ର ବାଇବଲ

19 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଜଣେ ଲୋକ ସେ ସୋରିଷ ମଞ୍ଜିଟି ତା’ ବଗିଗ୍ଭରେ ବୁଣେ। ମଞ୍ଜିଟିରୁ ଗଜା ବାହାରି ଗଛ ହୁଏ। ପକ୍ଷୀମାନେ ଏହାର ଡାଳରେ ବସା ବାନ୍ଧନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 13:19
38 Referans Kwoze  

ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।


ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;


ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ସେମାନେ ତାହା ଶୁଣି ଈଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‌ଯୋଗୀ।


ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।


ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।


କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।


ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?


ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ।


ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।


ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।


ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।”


ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?


Swiv nou:

Piblisite


Piblisite