Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 “ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସଂକୀର୍ଣ୍ଣ ଦ୍ଵାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବା ପାଇଁ ତୁମ୍ଭେମାନେ ପ୍ରାଣପଣ କର; କାରଣ ଅନେକ ଲୋକ ଭିତରକୁ ଯିବା ପାଇଁ ଚେଷ୍ଟା କରିବେ, କିନ୍ତୁ ସମର୍ଥ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

24 ଯୀଶୁ କହିଲେ, “ତୁମ୍ଭେମାନେ ଅଣଓସାରିଆ ଦ୍ୱାର ଦେଇ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନେକ ଲୋକ ସେଠାରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସେମାନେ ପ୍ରବେଶ କରିବାକୁ ସମର୍ଥ ହେବେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:24
26 Referans Kwoze  

ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।


ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ଅଳସୁଆର ବାଞ୍ଛିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।


ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।


ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ।”


ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।


ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।”


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି।


ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।


ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।


ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,


ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରିଆସି ତାଙ୍କୁ କହିଲେ, “ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପମାତ୍ର।”


କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]


Swiv nou:

Piblisite


Piblisite