Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ଵରଙ୍କ ରାଜ୍ୟରେ ଭୋଜନରେ ବସିବେ।

Gade chapit la Kopi

ଓଡିଆ ବାଇବେଲ

29 ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକମାନେ ଆସି ଈଶ୍ୱରଙ୍କ ରାଜ୍ୟର ଭୋଜିରେ ବସିବେ।

Gade chapit la Kopi

ପବିତ୍ର ବାଇବଲ

29 ଲୋକମାନେ ପୂର୍ବ, ପଶ୍ଚିମ। ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ଖାଇବାକୁ ବସିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:29
14 Referans Kwoze  

ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’ ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;


ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।


ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।


ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”


Swiv nou:

Piblisite


Piblisite