Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।

Gade chapit la Kopi

ଓଡିଆ ବାଇବେଲ

34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 “ହେ ଯିରୂଶାଲମ, ହେ ଯିରୂଶାଲମ। ତୁ ଭାବବାଦୀମାନଙ୍କୁ ହତ୍ୟା କରୁ ଏବଂ ଈଶ୍ୱର ତୋ’ ନିକଟକୁ ପଠାଇ ଥିବା ବାର୍ତ୍ତାବହମାନଙ୍କୁ ପ୍ରସ୍ତରାଘାତ କରୁ। କୁକୁଡ଼ା ଯେପରି ପକ୍ଷ ତଳେ ଛୁଆମାନଙ୍କୁ ଏକାଠି କରେ, ସେହିପରି କେତେଥର ମୁଁ ତୋର ସନ୍ତାନମାନଙ୍କୁ ଏକତ୍ର କରିବା ପାଇଁ ଇଚ୍ଛା କରିଛି, କିନ୍ତୁ ତୁ ମୋତେ ତାହା କରିବାକୁ ଦେଇ ନାହୁଁ।

Gade chapit la Kopi

ପବିତ୍ର ବାଇବଲ

34 “ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:34
46 Referans Kwoze  

ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;


କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”


କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;


ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”


ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।


ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।


ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।


ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”


ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।


ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।


ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।


ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!


ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।


ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।


ରେଖବର ପୁତ୍ର ଯିହୋନାଦବ୍‍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।


ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍‍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।


ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।


ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!


ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।


ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।


ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”


ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।


ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।


ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍‍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।


ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,


ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


Swiv nou:

Piblisite


Piblisite