Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିମ୍ଵା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

4 କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଶିଲୋହରେ ଗମ୍ବୁଜ ଭୂଷୁଡ଼ି ପଡ଼ିବାରୁ ଯେଉଁ ଅଠର ଜଣ ମରିଗଲେ, ସେମାନଙ୍କ ବିଷୟରେ କ’ଣ ଭାବୁଛ? କ’ଣ ଅନୁମାନ କରୁଛ ଯେ, ଯିରୂଶାଲମରେ ବାସ କରୁଥିବା ଅନ୍ୟ ସମସ୍ତଙ୍କ ଅପେକ୍ଷା ସେମାନେ ଆହୁରି ଦୁଷ୍ଟ ଥିଲେ?

Gade chapit la Kopi

ପବିତ୍ର ବାଇବଲ

4 ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡ଼ିଲା, ତୁମ୍ଭେମାନେ କ’ଣ ଭାବୁଛ ଯେ ସେମାନେ ଯିରୁଶାଲମରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ?

Gade chapit la Kopi




ଲୂକ ଲିଖିତ ସୁସମାଚାର 13:4
13 Referans Kwoze  

ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍‍ହୋଷିର ପୁତ୍ର ଶଲ୍ଲୁନ୍‍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।


ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”


ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶୀଲୋହ ପୋଖରୀକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି।


ଯାଅ, ଶୀଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) “ପୋଖରୀରେ ଧୋଇ ହୁଅ।” ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା।


ସେ ହିସାବ ଆରମ୍ଭ କରନ୍ତେ ଦଶ ହଜାର ରୌପ୍ୟ-ମୁଦ୍ରା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା।


ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।


ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”


ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶ ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।


“ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”


ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।


Swiv nou:

Piblisite


Piblisite