Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମିରି ଗଛ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା । ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତା’ପରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଲେ, “ଜଣକର ଦ୍ରାକ୍ଷା କ୍ଷେତରେ ଡ଼ିମିରି ଗଛଟିଏ ବଢ଼ୁଥିଲା। ସେ ଫଳ ପାଇବା ଆଶାରେ ଗଛ ପାଖକୁ ଗଲେ, କିନ୍ତୁ କିଛି ପାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, “କୌଣସି ଗୋଟିଏ ଲୋକ ତା ବଗିଗ୍ଭରେ ଡିମ୍ବିରିଗଛଟିଏ ଲଗାଇଥିଲା। ଗଛରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:6
14 Referans Kwoze  

ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?


ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।


ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”


ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”


ମାତ୍ର ଡିମ୍ବିରିବୃକ୍ଷ ସେମାନଙ୍କୁ କହିଲା, ‘ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’


Swiv nou:

Piblisite


Piblisite