Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେଣୁ ସେ ମାଳୀକି କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ଅକର୍ମଣ୍ୟ କରୁଅଛି?

Gade chapit la Kopi

ଓଡିଆ ବାଇବେଲ

7 ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତେଣୁ ସେ ତାଙ୍କର ମାଳୀକୁ କହିଲେ, ‘ଦେଖ, ତିନି ବର୍ଷ ହେଲା ମୁଁ ଏହି ଗଛରୁ ଫଳ ପାଇବା ଆଶାରେ ଏଠାକୁ ଆସୁଛି କିନ୍ତୁ କିଛି ପାଉ ନାହଁ। ଏହାକୁ କାଟି ପକାଅ! କାହିଁକି ଏହା ଅକାରଣରେ ସ୍ଥାନ ମାଡ଼ି ବସିବ?’

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ସେ ବଗିଗ୍ଭ ଦାୟିତ୍ୱରେ ଥିବା ଗ୍ଭକରକୁ କହିଲା, “ଦେଖ, ମୁଁ ତିନି ବର୍ଷ ହେଲା ଏ ଡିମ୍ବିରିଗଛରେ ଫଳ ଆସିବ ବୋଲି ଅପେକ୍ଷାକରି ଆସୁଛି। କିନ୍ତୁ ଗୋଟିଏ ହେଲେ ଫଳ ମୁଁ ପାଉ ନାହିଁ। ଏ ଗଛଟା କାଟିଦିଅ, କାହିଁକି ଅଯଥାରେ ସେ ଗଛଟା ମାଟି ଖରାପ କରିବ?’

Gade chapit la Kopi




ଲୂକ ଲିଖିତ ସୁସମାଚାର 13:7
11 Referans Kwoze  

ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।


ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।


କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।


ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।


ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ିଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।”


ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।


ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହାସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ।


ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।


ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,


Swiv nou:

Piblisite


Piblisite