Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ନିର୍ମାଣ କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?

Gade chapit la Kopi

ଓଡିଆ ବାଇବେଲ

28 କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 “ଯଦି ତୁମ ମଧ୍ୟରୁ କେହି ଗୋଟିଏ ଅଟ୍ଟାଳିକା ନିର୍ମାଣ କରିବାର ପରିକଳ୍ପନା କରେ, ତେବେ ସେ ପ୍ରଥମେ ବସି ଖର୍ଚ୍ଚ ଅଟ୍ଟକଳ କରେ ଓ ତା’ ପାଖରେ କାର୍ଯ୍ୟ ଶେଷ କରିବା ପାଇଁ ଯଥେଷ୍ଟ ଅର୍ଥ ଅଛି କି ନାହିଁ, ଦେଖେ।

Gade chapit la Kopi

ପବିତ୍ର ବାଇବଲ

28 “ତୁମ୍ଭେମାନେ ଯଦି ଗୋଟିଏ କୋଠାଘର ତିଆରି କରିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ପ୍ରଥମେ ବସି ସ୍ଥିର କରିବ ଯେ, ଏଥିପାଇଁ କେତେ ଖର୍ଚ୍ଚ ହେବ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ୍ ଯେ, କାମଟି ସମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖରେ ଯଥେଷ୍ଟ ଅର୍ଥ ଅଛି କି ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 14:28
12 Referans Kwoze  

ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।


ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”


ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।


କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,


Swiv nou:

Piblisite


Piblisite