Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।

Gade chapit la Kopi

ଓଡିଆ ବାଇବେଲ

17 ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଶେଷରେ ତା’ର ଚେତନା ପଶିଲା ଓ ସେ ଭାବିଲା, ‘ମୋ’ ବାପାଙ୍କ ମୂଲିଆମାନେ ଯଥେଷ୍ଟ ଖାଇ ସାରିବା ପରେ ଖାଦ୍ୟ ବଳି ପଡ଼ୁଛି, ଅଥଚ ମୁଁ ଏଠାରେ ଭୋକରେ ମରୁଛି!

Gade chapit la Kopi

ପବିତ୍ର ବାଇବଲ

17 “ଏବେ ସେ ବୁଝି ପାରିଲା ଯେ, ସେ ବହୁତ ମୂର୍ଖାମୀ କରିଛି। ସେ ଭାବିଲା, ‘ମୋ’ ବାପାଙ୍କର ମୂଲିଆମାନଙ୍କର କେତେ ଖାଦ୍ୟ ବଳୁଛି। ଆଉ ମୁଁ ଏଠାରେ ଭୋକରେ ମରୁଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:17
19 Referans Kwoze  

ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।


ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”


ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?


ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା।


ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।


ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।


ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।


ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’


ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ।


ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।


Swiv nou:

Piblisite


Piblisite