Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଚଞ୍ଚଳ ଘେନିଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ ବାପା ତାଙ୍କର ଦାସମାନଙ୍କୁ ଡ଼ାକି କହିଲେ, ‘ଶୀଘ୍ର ଯାଅ। ସବୁଠାରୁ ଭଲ ଲୁଗା ଆଣି ତାକୁ ପିନ୍ଧାଅ। ତା’ର ଆଙ୍ଗୁଠିରେ ମୁଦି ଓ ପାଦରେ ଯୋତା ପିନ୍ଧାଅ।

Gade chapit la Kopi

ପବିତ୍ର ବାଇବଲ

22 “କିନ୍ତୁ ବାପା ତାହାଙ୍କ ଗ୍ଭକରମାନଙ୍କୁ ଡାକି କହିଲେ, “ଶୀଘ୍ର ଯାଅ, ତା’ ପାଇଁ ସବୁଠାରୁ ଭଲ ପୋଷାକ ଆଣ। ତା’ ଆଙ୍ଗୁଠିରେ ମୁଦିଟିଏ ପିନ୍ଧାଇ ଦିଅ। ପାଦରେ ଭଲ ଜୋତା ପିନ୍ଧାଇ ଦିଅ।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:22
30 Referans Kwoze  

ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।


ଏଥିରେ ରାଜା ହାମନ୍‍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍‍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।


ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।


ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।”


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;


କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ସ୍ବର୍ଗୀୟ ଭୋଜନ ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ ପ୍ରସ୍ତର ତାହାକୁ ଦେବୁ।”


ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।


ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।


ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।


ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।


ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।


ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;


ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।


ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”


ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।


ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,


Swiv nou:

Piblisite


Piblisite