Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

24 କାରଣ ମୋହର ଏହି ପୁଅ ମରିଥିଲା, ପୁନର୍ବାରେ ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା । ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 କାରଣ ମୋର ଏହି ପୁଅଟି ମରିଯାଇ ଥିଲା, ଏବେ ବଞ୍ଚି ଉଠିଛି। ସେ ହଜି ଯାଇଥିଲା, ଏବେ ମିଳିଛି।’ ତାଙ୍କ କହିବା ଅନୁସାରେ ଆନନ୍ଦ ଉତ୍ସବ ଆରମ୍ଭ ହେଲା।

Gade chapit la Kopi

ପବିତ୍ର ବାଇବଲ

24 ମୋର ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।’ ତେଣୁ ସେମାନେ ଭୋଜିର ଆୟୋଜନ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:24
34 Referans Kwoze  

ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,


ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।


ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,


କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”


ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,


“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?


କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।


କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,


ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”


ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।


କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।


କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?


କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।


ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।


ପରେ ସେମାନେ ବେଥ୍‌ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ।


ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।


“ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।


ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;


ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।


ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”


ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।”


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।”


ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।”


ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,


ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,


Swiv nou:

Piblisite


Piblisite