Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ହୃଷ୍ଟ ପୃଷ୍ଟ ପଶୁଟିଏ ମାରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ମୋଟା ପଶୁଟିଏ ମାରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

27 ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ମୋଟା ବାଛୁରିଟିଏ ମାରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଚାକରଟି କହିଲା, ‘ଆପଣଙ୍କ ସାନ ଭାଇ ଘରକୁ ଫେରି ଆସିଛନ୍ତି। ସେ କୁଶଳରେ ଘରକୁ ଫେରି ଥିବାରୁ ଆପଣଙ୍କ ବାପା ହୃଷ୍ଟପୁଷ୍ଟ ବାଛୁରୀ ମାରିଛନ୍ତି।’

Gade chapit la Kopi

ପବିତ୍ର ବାଇବଲ

27 ଗ୍ଭକରଟି କହିଲା, ‘ତୁମ୍ଭ ଭାଇ ଫେରି ଆସିଛି। ତୁମ୍ଭ ବାପା ଭୋଜି ପାଇଁ ମୋଟା ବାଛୁରିଟି ମାରିଛନ୍ତି। ତୁମ୍ଭ ଭାଇ କୁଶଳରେ ଫେରି ଆସିଥିବାରୁ ତୁମ୍ଭ ବାପା ବହୁତ ଖୁସୀ ହେଉଛନ୍ତି।’

Gade chapit la Kopi




ଲୂକ ଲିଖିତ ସୁସମାଚାର 15:27
8 Referans Kwoze  

ବିଶେଷ ଭାବରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ।


ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।


ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।


କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।


ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।


ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’


ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା।


ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।


Swiv nou:

Piblisite


Piblisite