Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତା’ପରେ ସେ ସାଙ୍ଗସାଥୀ ଓ ପଡ଼ୋଶୀମାନଙ୍କୁ ଡ଼ାକି କହେ, ‘କେଡ଼େ ଖୁସିର କଥା, ମୁଁ ହଜି ଯାଇଥିବା ମେଣ୍ଢାଟି ପାଇଛି। ଆସ, ଆମୋଦ ପ୍ରମୋଦ କରିବା!’

Gade chapit la Kopi

ପବିତ୍ର ବାଇବଲ

6 ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମୋର ହଜି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ୟନ୍ତ ଆନନ୍ଦିତ। ଆସ, ମୋ’ ସହିତ ତୁମ୍ଭେମାନେ ଆନନ୍ଦ କର।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:6
19 Referans Kwoze  

ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”


କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।


କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।


ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ।


ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”


ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?


ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।


ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ


ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।


ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,


Swiv nou:

Piblisite


Piblisite