Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯନିରେ ଖୋଜେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

8 ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 “ମନେକର, ଜଣେ ସ୍ତ୍ରୀ ଲୋକର ଦଶଟି ରୌପ୍ୟ ମୁଦ୍ରା ଅଛି। ସେଥିରୁ ଗୋଟିଏ ହଜିଗଲା। ତେବେ ସେ କ’ଣ କରିବ? ସେ ଦୀପ ଜାଳି ଘର ଓଳାଇବ, ମୁଦ୍ରାଟି ପାଇଲା ପର୍ଯ୍ୟନ୍ତ ଚାରିଆଡ଼େ ଯତ୍ନ ସହକାରେ ଖୋଜିବ।

Gade chapit la Kopi

ପବିତ୍ର ବାଇବଲ

8 “ମନେକର ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେହି ସ୍ତ୍ରୀଲୋକଟି ଆଲୁଅ ଲଗେଇ ଘର ସାରା ଭଲ କରି ଓଳେଇ ପକେଇବ ଓ ରୂପା ମୁଦ୍ରାଟି ନ ପାଇବା ପର୍ଯ୍ୟନ୍ତ ଗ୍ଭରିଆଡ଼େ ଖୋଜିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:8
9 Referans Kwoze  

କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।


କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”


ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।


ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।


ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;


କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”


ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’


ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ।


Swiv nou:

Piblisite


Piblisite