Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କିନ୍ତୁ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।

Gade chapit la Kopi

ଓଡିଆ ବାଇବେଲ

17 କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଆକାଶ ଓ ପୃଥିବୀ ବରଂ ଲୋପ ପାଇଯିବା ସହଜ, କିନ୍ତୁ ବ୍ୟବସ୍ଥାର କୌଣସି ବିଷୟ ଲୋପ ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

17 ସ୍ୱର୍ଗ ଓ ପୃଥିବୀର ଧ୍ୱଂସ ହୁଏତ ସହଜରେ ହୋଇଯିବ, ମାତ୍ର ବ୍ୟବସ୍ଥାର କ୍ଷୁଦ୍ରତମ ଅଂଶ ସୁଦ୍ଧା ପରିବର୍ତ୍ତିତ ହେବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 16:17
11 Referans Kwoze  

କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।


ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।


ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହିରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।


ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।


ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


Swiv nou:

Piblisite


Piblisite