Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 “ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ଵରରେ ପ୍ରତିଦିନ ଆମୋଦପ୍ରମୋଦ କରୁଥିଲା;

Gade chapit la Kopi

ଓଡିଆ ବାଇବେଲ

19 ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 “ଜଣେ ଧନୀ ଲୋକ ଥିଲା। ସେ ବହୁତ ମୂଲ୍ୟବାନ୍ ପୋଷାକ ପିନ୍ଧି ବିଳାସ ବ୍ୟସନରେ ସମୟ କାଟୁଥିଲା।

Gade chapit la Kopi

ପବିତ୍ର ବାଇବଲ

19 ଯୀଶୁ କହିଲେ, “ଥରେ ଜଣେ ଧନୀଲୋକ ସଦାବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସମ୍ପୂର୍ଣ୍ଣ ଭୋଜି ଦେବାକୁ ସକ୍ଷମ ଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 16:19
23 Referans Kwoze  

ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।


ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।


‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର, ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।


ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।


ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;


ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,


ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;


ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମାସୁନ୍ଦରୀ ହୋଇ ଅବଶେଷରେ ରାଣୀପଦ ପ୍ରାପ୍ତ ହେଲ।


ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।


ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।


ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।


ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।


ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।”


କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,


ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।


ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।


Swiv nou:

Piblisite


Piblisite