Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତେଣୁ ସେ ତାକୁ ଡ଼ାକି କହିଲେ, ‘ମୁଁ ତୁମ ବିଷୟରେ ଏ କ’ଣ ଶୁଣୁଛି? ତୁମେ ମୋ’ ସମ୍ପତ୍ତି ପରିଚାଳନାର ସମ୍ପୂର୍ଣ୍ଣ ହିସାବ ଦିଅ, ତୁମେ ଆଉ ମୋର ବେବର୍ତ୍ତା ହୋଇ ରହିପାରିବ ନାହିଁ।’

Gade chapit la Kopi

ପବିତ୍ର ବାଇବଲ

2 ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, “ମୁଁ ତୁମ୍ଭ ବିରୁଦ୍ଧରେ ଅନେକ କଥା ଶୁଣୁଛି। ତୁମ୍ଭେ ଯାହାସବୁ କରିଛ, ତା'ର ହିସାବ ମୋତେ ଦିଅ। ଏଣିକି ତୁମ୍ଭେ ଆଉ ମୋର ଗୁମାସ୍ତା ହୋଇ ପାରିବ ନାହିଁ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 16:2
23 Referans Kwoze  

ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।


ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;


କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।


କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ।


ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।


ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।


କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।


କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି।


ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।


ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?


କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;


ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’


ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,


ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।


Swiv nou:

Piblisite


Piblisite