Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।

Gade chapit la Kopi

ଓଡିଆ ବାଇବେଲ

9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 “ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ଜାଗତିକ ଧନ ସାହାଯ୍ୟରେ ବନ୍ଧୁ ଲାଭ କର। ତାହାହେଲେ, ଯେତେବେଳେ ତୁମ ପାଇଁ ଧନ ନିରର୍ଥକ ହେବ, ସେତେବେଳେ ତୁମେ ନିତ୍ୟସ୍ଥାୟୀ ବାସ ସ୍ଥାନରେ ଗୃହୀତ ହେବ।

Gade chapit la Kopi

ପବିତ୍ର ବାଇବଲ

9 “ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥିରେ ପରମେଶ୍ୱରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତେବେଳେ ଏ ଜାଗତିକ ଧନ ସରିଯିବ, ସେତେବେଳେ ଚିରନ୍ତନ ନିବାସରେ ତୁମ୍ଭମାନଙ୍କୁ ସ୍ୱାଗତ କରାଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 16:9
28 Referans Kwoze  

ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।


ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”


ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”


ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,


ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”


ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।


ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;


ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।


ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।


ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।


ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।


କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।


ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।


ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।


Swiv nou:

Piblisite


Piblisite