Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କାରଣ ବିଜୁଳି ମାରି ଯେପରି ଆକାଶର ଗୋଟିଏ ପାଖରୁ ଆର ପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।

Gade chapit la Kopi

ଓଡିଆ ବାଇବେଲ

24 କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର (ଯୀଶୁ) ଆପଣା ଦିନରେ ସେହିପରି ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ବିଜୁଳି ଯେପରି ଆକାଶରେ ତା’ର ଝଲକ ଦେଖାଏ ଓ ଆକାଶର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ଆଲୋକ ଖେଳାଇ ଦିଏ, ମନୁଷ୍ୟପୁତ୍ର ସେହି ଦିନ ସେହିପରି ଦେଖାଦେବେ।

Gade chapit la Kopi

ପବିତ୍ର ବାଇବଲ

24 “ମନୁଷ୍ୟପୁତ୍ରଙ୍କର ଫେରି ଆସିବା ସମୟ ତୁମ୍ଭେମାନେ ଜାଣି ପାରିବ। ଯେଉଁ ଦିନ ସେ ଫେରି ଆସିବେ, ସେ ଆକାଶରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ଯ୍ୟନ୍ତ ଉଜ୍ଜ୍ୱଳ ବିଜୁଳି ଝଲକିଲା ଭଳି ଦେଖାଯିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:24
16 Referans Kwoze  

କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।


ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।


ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।


ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍‍ବିଗ୍ନ ନ ହୁଅ;


କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।


ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।


ଯୀଶୁ ତାହାଙ୍କୁ କହିଲେ, “ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”


“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,


ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍‍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।


କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


Swiv nou:

Piblisite


Piblisite