Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ, ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;

Gade chapit la Kopi

ଓଡିଆ ବାଇବେଲ

26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ନୋହଙ୍କ ସମୟରେ ଯେପରି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆଗମନ ଦିନରେ ସେପରି ଘଟିବ।

Gade chapit la Kopi

ପବିତ୍ର ବାଇବଲ

26 “ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ୟପୁତ୍ର ଫେରି ଆସିବା ସମୟରେ ସେହି ଏକା କଥା ଘଟିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:26
16 Referans Kwoze  

ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;


କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।


କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ।


ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;


ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”


ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।


ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


“କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?


ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।


Swiv nou:

Piblisite


Piblisite