Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ, ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତେଣୁ ତୁମ୍ଭେମାନେ ଯାହା କର, ସେ ବିଷୟରେ ସତର୍କ ହୁଅ। “ଯଦି ତୁମର ଭାଇ ପାପ କରେ, ତାକୁ ଅନୁଯୋଗ କର ଏବଂ ସେ ଯଦି ଅନୁତାପ କରେ, ତାକୁ କ୍ଷମା ଦିଅ।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ସାବଧାନ ରୁହ। “ଯଦି ତୁମ୍ଭର ଭାଇ ପାପ କରେ, ତେବେ ତାକୁ କୁହ ଯେ ଭୁଲ୍ କରୁଛି। ସେ ଯଦି ଦୁଃଖ ପ୍ରକାଶ କରି ଆଉ ପାପ କରେ ନାହିଁ, ତେବେ ତାକୁ କ୍ଷମା ଦିଅ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:3
18 Referans Kwoze  

ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।


ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି?


ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।


ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,


ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ।


ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।


କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।


ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।


ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।


କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;


ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।


ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।


ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ।


Swiv nou:

Piblisite


Piblisite