Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେହି ଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସେହିଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ଘେନିଯିବା ପାଇଁ ଓହ୍ଳାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ବାହୁଡ଼ି ନ ଯାଉ।

Gade chapit la Kopi

ଓଡିଆ ବାଇବେଲ

31 ସେହିଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 “ସେଦିନ ଯେଉଁ ଲୋକ ଛାତ ଉପରେ ଥିବ, ସେ ଘରୁ ତା’ର ଜିନିଷପତ୍ର ଆଣିବା ପାଇଁ ତଳକୁ ଓହ୍ଲାଇ ନ ଯାଉ। ସେହିପରି ଯେଉଁ ଲୋକ କ୍ଷେତରେ ଥାଏ, ସେ ଘରକୁ ଫେରି ନ ଆସୁ।

Gade chapit la Kopi

ପବିତ୍ର ବାଇବଲ

31 “ସେ ଦିନ ଯଦି କୌଣସି ଲୋକ ତା'ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହେବ ନାହିଁ। ଯଦି କୌଣସି ଲୋକ ବିଲରେ ଥିବ, ତେବେ ସେ ଘରକୁ ଫେରି ପାରିବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:31
8 Referans Kwoze  

ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;


ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”


ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?


ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?


ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।


Swiv nou:

Piblisite


Piblisite