Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଯେକେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେକେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।

Gade chapit la Kopi

ଓଡିଆ ବାଇବେଲ

33 ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ଯେ କେହି ନିଜର ଜୀବନ ରକ୍ଷା କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ; ଯେ ନିଜର ଜୀବନ ଉତ୍ସର୍ଗ କରିଦିଏ, ସେ ତାହା ସୁରକ୍ଷା କରିବ।

Gade chapit la Kopi

ପବିତ୍ର ବାଇବଲ

33 “ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରିବ, ସେ ତାହା ହରେଇ ବସିବ। କିନ୍ତୁ ଯେଉଁ ଲୋକ ତା’ ଜୀବନ ପରିତ୍ୟାଗ କରିବ, ସେ ତାହା ରକ୍ଷା କରିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:33
7 Referans Kwoze  

ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ।


ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”


କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।


Swiv nou:

Piblisite


Piblisite