Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ଵା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ୍?

Gade chapit la Kopi

ଓଡିଆ ବାଇବେଲ

7 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରିଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 “ମନେକର, ତୁମ ମଧ୍ୟରୁ ଜଣକର ଦାସ ହଳ କରୁଛି କିମ୍ବା ମେଣ୍ଢା ଜଗୁଛି। ଯେତେବେଳେ ସେ କ୍ଷେତରୁ ଫେରି ଆସେ, ତୁମେ ତାକୁ ସଙ୍ଗେ ସଙ୍ଗେ ଖାଇ ବସିବାକୁ କହିଥାଅ କି?

Gade chapit la Kopi

ପବିତ୍ର ବାଇବଲ

7 “ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଗ୍ଭକରଟିଏ ଅଛି। ସେହି ଗ୍ଭକର ତୁମ୍ଭ ବିଲରେ କାମ କରିଆସେ। ସେ ତୁମ୍ଭ ବିଲରେ ହଳ କରି ଆସୁଛି କିମ୍ବା ମେଣ୍ଢାଙ୍କ ଯତ୍ନ ନେଇ ଆସେ। ସେ କାମରୁ ଫେରିବା ପରେ ତୁମ୍ଭେ ତାକୁ କ’ଣ କହିବ? ତୁମ୍ଭେ କ’ଣ କହିବ ଯେ, ‘ଭିତରକୁ ଆସ ଓ ଖାଇବାକୁ ବସ?’

Gade chapit la Kopi




ଲୂକ ଲିଖିତ ସୁସମାଚାର 17:7
6 Referans Kwoze  

କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?


କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?


ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?”


ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।”


ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ?


ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;


Swiv nou:

Piblisite


Piblisite