Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେ କଅଣ ବରଞ୍ଚ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର୍, ପୁଣି ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର୍, ତାହା ପରେ ତୁ ଖିଆପିଆ କରିବୁ?

Gade chapit la Kopi

ଓଡିଆ ବାଇବେଲ

8 ସେ କ'ଣ ବରଂ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର, ତାହା ପରେ ତୁ ଖିଆପିଆ କରିବୁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଅବଶ୍ୟ ନୁହେଁ! ବରଂ ତୁମେ ତାକୁ କହିଥାଅ, ‘ମୋର ଭୋଜନ ପ୍ରସ୍ତୁତ କର; ମୋର ଖାଇବା ସମୟରେ ଅଣ୍ଟା ବାନ୍ଧି ମୋ’ କଥା ବୁଝ। ତା’ପରେ ତୁ ଖାଇବୁ।’

Gade chapit la Kopi

ପବିତ୍ର ବାଇବଲ

8 ନା, ତୁମ୍ଭେ ତୁମ୍ଭର ଗ୍ଭକରକୁ କହିବ, ‘ମୋ’ ପାଇଁ କିଛି ଖାଇବାକୁ ପ୍ରସ୍ତୁତ କର। ମୋ’ ଖିଆପିଆ ସରିଲେ ତୁମ୍ଭେମାନେ ଖାଇବ ଓ ପିଇବ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 17:8
6 Referans Kwoze  

ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।


ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍‍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।”


ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।


“କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?


ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ?


ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ।


Swiv nou:

Piblisite


Piblisite