Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କ୍ଳା; ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏ ବିଷୟରେ ସେ ସେମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ହତାଶ ନ ହୋଇ ପ୍ରାର୍ଥନାରେ ନିବିଷ୍ଟ ରହିବା ଯେ କର୍ତ୍ତବ୍ୟ, ଏହା ଯୀଶୁ ଶିଷ୍ୟମାନଙ୍କୁ ବୁଝାଇବା ପାଇଁ ଗୋଟିଏ ଦୃଷ୍ଟାନ୍ତ ଦେଲେ।

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଉପଦେଶ ଦେଉଥିଲେ ଯେ, ସେମାନେ ସଦାବାଳେ ପ୍ରାର୍ଥନା କରିବା ଉଚିତ୍। ଏବଂ କେବେ ହେଲେ ଭରସା ହରେଇବା ଉଚିତ୍ ନୁହେଁ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 18:1
26 Referans Kwoze  

ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;


ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;


ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।


ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।


ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।


ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।


ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।


ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।


ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।


ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।


ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।


ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।


ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।


Swiv nou:

Piblisite


Piblisite