Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁକରଗ୍ରାହୀ ଦୂରରେ ଠିଆ ହୋଇ ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରିବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ଆପଣା ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ଵର, ମୁଁ ପାପୀ, ମୋତେ ଦୟା କର।

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 “କିନ୍ତୁ କରଆଦାୟକାରୀ ଟିକିଏ ଦୂରରେ ଠିଆ ହେଲା ଓ ଉଦ୍ଧ୍ୱର୍କୁ ସୁଦ୍ଧା ଦୃଷ୍ଟିପାତ କରିବାକୁ ସାହସ କଲା ନାହିଁ, କିନ୍ତୁ ଛାତିରେ ହାତ ବାଡ଼େଇ କହିଲା, ‘ହେ ଈଶ୍ୱର, ମୁଁ ପାପୀ, ମୋତେ ଦୟା କର’!”

Gade chapit la Kopi

ପବିତ୍ର ବାଇବଲ

13 “କରଆଦାୟକାରୀ ମଧ୍ୟ ଅଲଗା ଏକାକୀ ଠିଆ ହୋଇଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ୱର୍ଗ ଆଡ଼କୁ ମଧ୍ୟ ଗ୍ଭହିଁଲେ ନାହିଁ। କରଆଦାୟକାରୀ ପରମେଶ୍ୱରଙ୍କ ପାଖରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, “ହେ ପରମେଶ୍ୱର, ମୋ’ ଉପରେ ଦୟା କର। ମୁଁ ଜଣେ ପାପୀ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 18:13
45 Referans Kwoze  

“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।


ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।


ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”


ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।


କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।”


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?


ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।


କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।


କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।


ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”


ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”


ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍‌ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।


ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।


କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”


ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।


ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ;


ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।


ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।


ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।


ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।


କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।


ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।


ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।


ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।


କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।


ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।


ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,


ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।


Swiv nou:

Piblisite


Piblisite