Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପରେ ସେ ଦ୍ଵାଦଶଙ୍କୁ ଅନ୍ତର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ଭାବବାଦୀମାନଙ୍କ ଦ୍ଵାରା ଯେସମସ୍ତ ବିଷୟ ଲିଖିତ ଅଛି, ସେସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;

Gade chapit la Kopi

ଓଡିଆ ବାଇବେଲ

31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ଯୀଶୁ ବାର ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡ଼ାକି ନେଇ କହିଲେ, “ଶୁଣ! ଆମେ ଯିରୂଶାଲମକୁ ଯାଉଛୁ, ସେଠାରେ ଭାବବାଦୀମାନେ ମନୁଷ୍ୟପୁତ୍ରଙ୍କ ବିଷୟରେ ଲେଖାଥିବା ପ୍ରତ୍ୟେକ ବିଷୟ ସଫଳ ହେବ।

Gade chapit la Kopi

ପବିତ୍ର ବାଇବଲ

31 ତା'ପରେ ଯୀଶୁ ଅଲଗା ଭାବରେ ବାରଜଣ ଶିଷ୍ୟଙ୍କୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ପରମେଶ୍ୱର ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମନୁଷ୍ୟପୁତ୍ରଙ୍କ ବିଷୟରେ ଯାହାସବୁ ଲେଖିବାକୁ କହିଥିଲେ, ସେ ସବୁ ଘଟିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:31
17 Referans Kwoze  

ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।


ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,


“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”


“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ।


ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।


ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।


Swiv nou:

Piblisite


Piblisite