Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜି ରକ୍ଷା କରିବା ନିମନ୍ତେ ଆସିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

10 ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜିବାକୁ ଓ ସେମାନଙ୍କୁ ରକ୍ଷା କରିବାକୁ ଆସିଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:10
17 Referans Kwoze  

ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।


କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।”


କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।


କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।


[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି।]


ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।


“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?


Swiv nou:

Piblisite


Piblisite