Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ତାଙ୍କ ଦେଶବାସୀମାନେ ତାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ରାଜତ୍ଵ କରିବ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ।

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ତାଙ୍କର ନିଜ ଦେଶର ଲୋକମାନେ ତାଙ୍କୁ ଘୃଣା କରୁଥିଲେ, ସେମାନେ ଦୂତ ହାତରେ ଏହି କଥା କହି ପଠାଇଲେ, ‘ଏ ବ୍ୟକ୍ତିଙ୍କୁ ଆମେ ଆମର ରାଜା ରୂପେ ଗ୍ରହଣ କରିବାକୁ ପ୍ରସ୍ତୁତ ନୋହୁଁ।’

Gade chapit la Kopi

ପବିତ୍ର ବାଇବଲ

14 ସେହି ବ୍ୟକ୍ତିଙ୍କୁ ସେ ରାଜ୍ୟର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସେମାନେ ତାହାଙ୍କ ପଛରେ ଦଳେ ଲୋକଙ୍କୁ ସେଠାକୁ ପଠାଇଲେ। ସେଠାକୁ ଯାଇ ଏହି ଦଳର ଲୋକମାନେ କହିଲେ, ‘ଆମ୍ଭେ ଗ୍ଭହୁଁନା ଯେ, ସେହି ବ୍ୟକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 19:14
15 Referans Kwoze  

ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହି ସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।


“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।


କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”


ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।


ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି।


ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।


ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।


ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”


Swiv nou:

Piblisite


Piblisite