Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ ହୋଇଥିବାରୁ ଦଶଗୋଟି ନଗର ଉପରେ ଅଧିକାର ପ୍ରାପ୍ତ ହୁଅ।

Gade chapit la Kopi

ଓଡିଆ ବାଇବେଲ

17 ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସେ କହିଲେ, ‘ଚମକ୍ରାର! ତୁମେ ଜଣେ ବୁଦ୍ଧିମାନ ଦାସ! ଛୋଟ ବିଷୟରେ ବିଶ୍ୱସ୍ତ ହୋଇ ଥିବାରୁ ମୁଁ ତୁମକୁ ଦଶଟି ନଗରର ଦାୟିତ୍ୱ ଦେବି।’

Gade chapit la Kopi

ପବିତ୍ର ବାଇବଲ

17 ରାଜା ଗ୍ଭକରମାନଙ୍କୁ କହିଲେ, “ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭକୁ ଛୋଟ ଛୋଟ ବିଷୟରେ ବିଶ୍ୱାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମୋର ଦଶଟି ନଗର ଶାସନ କରିବାକୁ ଦେବି।’

Gade chapit la Kopi




ଲୂକ ଲିଖିତ ସୁସମାଚାର 19:17
14 Referans Kwoze  

ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।


ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।


ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।


କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।


ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”


ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।


ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।


ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି।


Swiv nou:

Piblisite


Piblisite