Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏହିସମସ୍ତ କଥା କହି ସେ ଅଗ୍ରସର ହୋଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

28 ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଯୀଶୁ ଏ କଥା କହି ଯିରୂଶାଲମ ଅଭିମୁଖେ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ

28 ଯୀଶୁ ଏସବୁ କହି ସାରିବା ପରେ ଯିରୁଶାଲମ ଆଡ଼କୁ ଯାତ୍ରା ଆରମ୍ଭ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:28
9 Referans Kwoze  

ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,


ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;


ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି।


ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?”


ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।


Swiv nou:

Piblisite


Piblisite