Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ, ଯେତେବେଳେ ସେ ଜୀତ ପର୍ବତ ପାର୍ଶ୍ଵସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ ,

Gade chapit la Kopi

ଓଡିଆ ବାଇବେଲ

29 ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବେଥଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ସେ ଜୀତ ପର୍ବତ ପାଖରେ ଥିବା ବେଥ୍‌ଫାଗୀ ଓ ବେଥନୀର ନିକଟବର୍ତ୍ତୀ ହେବା ପରେ ଦୁଇ ଶିଷ୍ୟଙ୍କୁ

Gade chapit la Kopi

ପବିତ୍ର ବାଇବଲ

29 ଜୀତପର୍ବତ ପାଖ ବେ‌ଥ୍‌ଫାଗୀ ଓ ବେଥନୀୟା ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ଏହା କହି ପଠାଇଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 19:29
11 Referans Kwoze  

ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।


ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।


ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।


ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।


ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ।


ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ।


ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,


“ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।


Swiv nou:

Piblisite


Piblisite