Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 “ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।

Gade chapit la Kopi

ଓଡିଆ ବାଇବେଲ

30 ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ଏହି କଥା କହି ପଠାଇଲେ, “ତୁମ୍ଭମାନଙ୍କ ଆଗରେ ଥିବା ଗାଁକୁ ଯାଅ; ସେଠାରେ ପ୍ରବେଶ କରିବା ସମୟରେ ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧ ଛୁଆକୁ ବନ୍ଧା ହୋଇ ଥିବାର ଦେଖିବ। ତାହାକୁ ଫିଟାଇ ଏଠାକୁ ଆଣ।

Gade chapit la Kopi

ପବିତ୍ର ବାଇବଲ

30 “ଆଗରେ ଯେଉଁ ଗାଁ ଦେଖାଯାଉଛି, ସେଠାକୁ ଯାଅ। ତୁମ୍ଭେମାନେ ଗାଁରେ ପଶିବା ମାତ୍ରେ ସେଠାରେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଉପରେ କେହି କେବେ ହେଲେ ଚଢ଼ି ନ ଥିବେ। ତାକୁ ଖୋଲି ଦେଇ ମୋ’ ପାଖକୁ ଆଣିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:30
7 Referans Kwoze  

ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।


ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ।


“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।


ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,


ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”


Swiv nou:

Piblisite


Piblisite