Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 “ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁଣ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।

Gade chapit la Kopi

ଓଡିଆ ବାଇବେଲ

42 ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 “ଶାନ୍ତି ପାଇଁ କ’ଣ ଆବଶ୍ୟକ, ତାହା ଯଦି ତୁ ଆଜି ଜାଣିଥାନ୍ତୁ! କିନ୍ତୁ ବର୍ତ୍ତମାନ ତାହା ତୁ ଆଜି ଜାଣିଥାନ୍ତୁ! କିନ୍ତୁ ବର୍ତ୍ତମାନ ତାହା ତୁ ଦେଖିପାରୁ ନାହୁଁ।

Gade chapit la Kopi

ପବିତ୍ର ବାଇବଲ

42 ଯୀଶୁ ଯିରୁଶାଲମକୁ କହିଲେ, “ତୁମ୍ଭକୁ କିପରି ଶାନ୍ତି ମିଳି ପାରିବ, ତାହା ତୁମ୍ଭେମାନେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭେମାନେ ଜାଣି ପାରିବ ନାହିଁ। କାରଣ ତାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:42
35 Referans Kwoze  

ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।


ଯେପରି ଶାସ୍ତ୍ରରେ ଉକ୍ତ ଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର।”


ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;


ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।


ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।


କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;


ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।


ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ


ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!


ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।


ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!


ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,


ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,


Swiv nou:

Piblisite


Piblisite