Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଲେଖାଅଛି, ଆମ୍ଭର ଗୃହ ପ୍ରାର୍ଥନା ଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦସ୍ୟୁମାନଙ୍କ ଗହ୍ଵର କରିଅଛ।

Gade chapit la Kopi

ଓଡିଆ ବାଇବେଲ

46 ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 “ଧର୍ମଶାସ୍ତ୍ରରେ ଲେଖାଅଛି ଯେ ଈଶ୍ୱର କହିଲେ, ‘ଆମ ମନ୍ଦିରକୁ ପ୍ରାର୍ଥନାର ଗୃହ ବୋଲି କୁହାଯିବ।’ କିନ୍ତୁ ତୁମ୍ଭେମାନେ ଏହାକୁ ଚୋରମାନଙ୍କ ଲୁଚିବା ଗୁହାରେ ପରିଣତ କରିଛ।”

Gade chapit la Kopi

ପବିତ୍ର ବାଇବଲ

46 ଯୀଶୁ କହିଲେ, “ଶାସ୍ତ୍ରରେ ଲେଖାଅଛି: ‘ମୋ’ ଗୃହ ପ୍ରାର୍ଥନାଗୃହ ହେବ।’ କିନ୍ତୁ ତୁମ୍ଭେମାନେ ଏହାକୁ ଗ୍ଭେରମାନଙ୍କ ଆଡ୍ଡ଼ାସ୍ଥଳି କରି ଦେଇଛ।’”

Gade chapit la Kopi




ଲୂକ ଲିଖିତ ସୁସମାଚାର 19:46
8 Referans Kwoze  

ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।


“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।


ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।


ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।


ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’”


ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, “ଏହା କଅଣ ଲେଖା ନାହିଁ, ‘ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ?’ କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ଗହ୍ୱର କରିଅଛ।”


Swiv nou:

Piblisite


Piblisite