Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 କିନ୍ତୁ ଲୋକସମସ୍ତେ ଏକାଗ୍ର ଚିତ୍ତରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

48 କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କ'ଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 କିନ୍ତୁ ସେମାନେ ତାହା କରିବା ପାଇଁ କୌଣସି ଅବକାଶ ପାଇଲେ ନାହିଁ, କାରଣ ଲୋକମାନେ ତାଙ୍କ ଶିକ୍ଷାର ପ୍ରତ୍ୟେକ ଶବ୍ଦକୁ ମନ ଦେଇ ଶୁଣୁଥିଲେ।

Gade chapit la Kopi

ପବିତ୍ର ବାଇବଲ

48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:48
8 Referans Kwoze  

ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।


ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।


ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,


ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,


Swiv nou:

Piblisite


Piblisite