Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଦୂତମାନେ ସେମାନଙ୍କଠାରୁ ସ୍ଵର୍ଗକୁ ପ୍ରସ୍ଥାନ କଲା ଉତ୍ତାରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।

Gade chapit la Kopi

ଓଡିଆ ବାଇବେଲ

15 ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସ୍ୱର୍ଗଦୂତମାନେ ସେମାନଙ୍କଠାରୁ ଚାଲିଯିବା ପରେ ମେଷପାଳକମାନେ ପରସ୍ପରକୁ କହିଲେ, “ଚାଲ, ଆମେ ବେଥଲିହିମକୁ ଯିବା ଏବଂ ଯାହା ଘଟିଛି ବୋଲି ପ୍ରଭୁ କହିଛନ୍ତି, ତାହା ଦେଖି ଆସିବା।”

Gade chapit la Kopi

ପବିତ୍ର ବାଇବଲ

15 ସ୍ୱର୍ଗଦୂତମାନେ ମେଷପାଳକମାନଙ୍କୁ ଛାଡ଼ି ସ୍ୱର୍ଗକୁ ଫେରିଗଲେ। ମେଷପାଳକମାନେ ପରସ୍ପର କୁହାକୁହି ହେଲେ: “ଆମ୍ଭେମାନେ ବେ‌ଥ୍‌ଲେହିମ ଯିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 2:15
12 Referans Kwoze  

ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।


ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।


ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।


ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।


ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।


ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”


ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”


“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”


ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।


Swiv nou:

Piblisite


Piblisite