Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ମରୀୟମ ଏହିସମସ୍ତ କଥା ହୃଦୟରେ ରଖି ଆନ୍ଦୋଳନ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

19 କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଏ ସମସ୍ତ ଘଟଣା ମରିୟମଙ୍କ ମନରେ ଚିରଦିନ ସ୍ମରଣୀୟ ହୋଇ ରହିଲା ଏବଂ ଏ ସମ୍ପର୍କରେ ସେ ଗଭୀର ଚିନ୍ତାମଗ୍ନ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:19
10 Referans Kwoze  

ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।


ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ।


ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।


ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍‍ର ରାଜା ଆଖୀଶ୍‍କୁ ବଡ଼ ଭୟ କଲେ।


ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।


ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।


ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।


ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”


ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।


Swiv nou:

Piblisite


Piblisite