Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସୁରିଆର ଶାସନକର୍ତ୍ତା କ୍ଵିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମ ଲେଖା ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

2 ସିରିୟାର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମଲେଖା ହୋଇଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କ୍ୱିରିନିୟସ୍ ସିରିଆର ରାଜ୍ୟପାଳ ଥିବା ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

2 ଏହା ପ୍ରଥମ ଜନଗଣନା ଥିଲା। କ୍ୱିରୀଣିୟ ସୁରିୟାର ରାଜ୍ୟପାଳ ଥିବା ସମୟରେ ଏହା ହେଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:2
9 Referans Kwoze  

ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ


ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ବସିଥିବା ବ୍ୟକ୍ତିମାନେ ଉଠିଯାଇ,


ମହାମହିମ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କୁ, କ୍ଲାଉଦିଅ ଲୂସୀୟାଙ୍କର ନମସ୍କାର।


କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,


ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।


ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।


ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।


Swiv nou:

Piblisite


Piblisite