Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଉଲ୍ଲିଖିତ ଉକ୍ତି ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ଘେନିଗଲେ।

Gade chapit la Kopi

ଓଡିଆ ବାଇବେଲ

24 ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ନେଇଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ପୁଣି ସେହି ବ୍ୟବସ୍ଥା ଅନୁଯାୟୀ ସେମାନଙ୍କୁ ଦୁଇଟି କାପ୍ତା ବା ଦୁଇଟି ପାରା ବଳି ଉତ୍ସର୍ଗ କରିବାକୁ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

24 ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।” ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:24
5 Referans Kwoze  

କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।


ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।


Swiv nou:

Piblisite


Piblisite