Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ବ୍ୟବସ୍ଥାର ବିଧି ଅନୁଯାୟୀ କ୍ରିୟା କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,

Gade chapit la Kopi

ଓଡିଆ ବାଇବେଲ

27 ସେ ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ପବିତ୍ର ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଶିମିୟୋନ୍ ମନ୍ଦିରକୁ ଗଲେ। ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ, ତାହା କରିବା ପାଇଁ ପିତାମାତା ଯେତେବେଳେ ଶିଶୁ ଯୀଶୁଙ୍କୁ ମନ୍ଦିର ଭିତରକୁ ଆଣିଲେ,

Gade chapit la Kopi

ପବିତ୍ର ବାଇବଲ

27 ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:27
15 Referans Kwoze  

ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।


ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।


ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।


ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।


ସେଥିରେ ସେ ମୋତେ ପବିତ୍ର ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ବରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ।


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।


ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।


ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।


ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।


ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,


ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,


ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍‍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;


ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ,


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


Swiv nou:

Piblisite


Piblisite