Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲିଖିତ ଅଛି, ତାହାର ଭାବ କଅଣ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା।

Gade chapit la Kopi

ଓଡିଆ ବାଇବେଲ

17 କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯୀଶୁ ସେମାନଙ୍କୁ ଚାହିଁ କହିଲେ, “ତେବେ ଧର୍ମଶାସ୍ତ୍ରର ଏହି ଅଂଶର ଅର୍ଥ କ’ଣ? ‘ନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା ପ୍ରଧାନ କୋଣ-ପଥର ହେଲା।’

Gade chapit la Kopi

ପବିତ୍ର ବାଇବଲ

17 ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ତେବେ ଧର୍ମଶାସ୍ତ୍ରର ଏହି ପଦର ଅର୍ଥ କ’ଣ ହେବ? ‘ନିର୍ମାତାମାନେ ଯେଉଁ ପଥରକୁ ନାପସନ୍ଦ କରିଦେଲେ, ସେହି ପଥରଟି ମୂଳଦୁଆର ପ୍ରଧାନ ପଥର ହୋଇଗଲା।’

Gade chapit la Kopi




ଲୂକ ଲିଖିତ ସୁସମାଚାର 20:17
17 Referans Kwoze  

ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।


ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


“‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’


ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;


କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ‘ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ,’ ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି।”


‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।


ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”


ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ “ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,


ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!”


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।


ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,


ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।


ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;


କାରଣ ଶାସ୍ତ୍ରରେ ଲିଖିତ ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ, ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।”


Swiv nou:

Piblisite


Piblisite