Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେଥିରେ ସେମାନେ ତାହାଙ୍କୁ କର୍ତ୍ତୃପକ୍ଷଙ୍କ ହସ୍ତରେ ଓ ଶାସନକର୍ତ୍ତାଙ୍କ କ୍ଷମତାଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ତାହାଙ୍କ କଥାର ଛିଦ୍ର ଧରିବା ଉଦ୍ଦେଶ୍ୟରେ କପଟ ଭାବରେ ଆପଣା ଆପଣାକୁ ଧାର୍ମିକ ବୋଲି ଦେଖାଉଥିବା ଚରମାନଙ୍କୁ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

20 ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ତେଣୁ ସେମାନେ ସୁଯୋଗ ଖୋଜିଲେ। ତାଙ୍କୁ ରୋମୀୟ ଶାସକଙ୍କ ନିକଟରେ ଧରାଇ ଦେବା ପାଇଁ ନିଜକୁ ଧାର୍ମିକ ଦେଖାଉଥିବା କେତେକ ଗୁପ୍ତଚରଙ୍କୁ ସେମାନେ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

20 ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:20
20 Referans Kwoze  

ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।


ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।


ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।


ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।


ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି।


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।


ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।


ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;


ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।


ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।


Swiv nou:

Piblisite


Piblisite