Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ;

Gade chapit la Kopi

ଓଡିଆ ବାଇବେଲ

35 କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 କିନ୍ତୁ ଯେଉଁମାନେ ପୁନରୁତ୍ଥିତ ହୋଇ ପରଲୋକରେ ବାସ କରିବାକୁ ଯୋଗ୍ୟ, ସେମାନେ ଆଉ ବିବାହ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

35 କିନ୍ତୁ କେତେକ ଲୋକ ମୃତ୍ୟୁରୁ ପୁଣି ବଞ୍ଚି ଉଠିବାକୁ ଯୋଗ୍ୟ ହେବେ ଓ ସେମାନେ ଏହି ଜୀବନ ପରେ ମଧ୍ୟ ପୁଣି ଜୀବିତ ରହିବେ। ସେହି ଜୀବନରେ ସେମାନେ ବିବାହ କରିବେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:35
13 Referans Kwoze  

ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,


ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‌ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।”


ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”


ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।


ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।


ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।


ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।


ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।


Swiv nou:

Piblisite


Piblisite