Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତତ୍ପରେ ସେ ସେମାନଙ୍କୁ କହିଲେ, ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ,

Gade chapit la Kopi

ଓଡିଆ ବାଇବେଲ

10 ତାପରେ ସେ ସେମାନଙ୍କୁ କହିଲେ, ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେ ପୁଣି କହିଲେ, “ଦେଖ ଦେଶ ମଧ୍ୟରେ ଯୁଦ୍ଧ ଲାଗିବ; ରାଜ୍ୟଗୁଡ଼ିକ ପରସ୍ପରକୁ ଆକ୍ରମଣ କରିବେ।

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁ ସେମାନଙ୍କୁ କହିଲେ, “ଦେଶ ଦେଶ ବିରୁଦ୍ଧରେ ଲଢ଼େଇ କରିବେ। ରାଜ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 21:10
12 Referans Kwoze  

କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।


ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।


ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ।


ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।


ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।


ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।”


ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ।


Swiv nou:

Piblisite


Piblisite